ବାତ୍ୟା ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କଳେ ମୁଖ୍ୟମନ୍ତ୍ରୀ
ଭଦ୍ରକରେ ଜଳବନ୍ଦୀ ସମସ୍ୟା ଯୋଗୁଁ ବିଦ୍ୟୁତ ଯୋଗାଣ ବିଳମ୍ୱ
ବାତ୍ୟା ପରେ କଲବଲ କରୁଛି ବନ୍ୟା । ମୁଖ୍ୟମନ୍ତ୍ରୀ ମୋହନ ମାଝି ବାତ୍ୟା ପରବର୍ତ୍ତୀ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା “ଦାନା” ଦ୍ୱାରା କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି । ଏହିସବୁ ଜିଲ୍ଲା ଗୁଡିକରେ ଗଛ ପଡି ରାସ୍ତା ଅବରୋଧ ହେବା ସହ ବିଦ୍ୟୁତ୍ ସରବରାହରେ ବ୍ୟାଘାତ ଘଟିଥିଲା । ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ବାତ୍ୟା ଦ୍ୱାରା ପ୍ରଭାବିତ ୯୫ ପ୍ରତିଶତ ଉପଭୋକ୍ତା ମାନଙ୍କୁ ବିଦ୍ୟୁତ୍ ସଂଯୋଗ ଯୋଗାଇ ଦିଆଯାଇଛି । ପ୍ରାୟ ୧୫ ହଜାର ଉପଭୋକ୍ତା ବିଦ୍ୟୁତ୍ ସଂଯୋଗ ଅପେକ୍ଷାରେ ଅଛନ୍ତି । ଭଦ୍ରକରେ ଜଳବନ୍ଦୀ ସମସ୍ୟା ଯୋଗୁଁ ବିଦ୍ୟୁତ ସରବରାହରେ ବିଳମ୍ୱ ହେଉଛି । ପ୍ରାୟ ୮୧ ପ୍ରତିଶତ ଉପଭୋକ୍ତାଙ୍କୁ ବିଦ୍ୟୁତ୍ ସଂଯୋଗ ଯୋଗାଇ ଦିଆଯାଇଅଛି ।