ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମସ୍ତ କେନ୍ଦ୍ର ମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ରଥଯାତ୍ରା ପାଇଁ ମୋହନ କରିଛନ୍ତି ନିମନ୍ତ୍ରଣ । ଏହାସହ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରୁ ଫେରି ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।