ଆଜି ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ଅଛନ୍ତି । ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ବିମାନରେ ଆସି ଝାରସୁଗୁଡା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ସଡ଼କ ପଥରେ ଆସି ସୁନ୍ଦରଗଡ଼ ସରକାରୀ କଲେଜ ନିକଟସ୍ଥ ଯାତ୍ରା ପଡିଆରେ ପହଞ୍ଚିଛନ୍ତି। ସେଠାରେ ଆୟୋଜିତ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ସେଠାରେ ଦଳୀୟ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସହିତ ଆଲୋଚନା କରି ଅପରାହ୍ନରେ ଭୁବନେଶ୍ୱର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।