ଅଗ୍ନିସୁରକ୍ଷା ପାଇଁ ୪୫ଟି ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କଟକ, ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜରେ ଅଗ୍ନିସୁରକ୍ଷା ପାଇଁ ୪୫ଟି ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍.କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗର ବିଭିନ୍ନ ସ୍ତରରେ ୪୫ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।