ମଝି ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା

ମଝି ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା। ପୁରୀ ସାତପଡାରୁ ଜହ୍ନିକୁଦା ଘାଟ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ମଏଁସା ନିକଟରେ ଫସି ରହିଛି। ଆଜି ସକାଳେ ଘାଟରୁ ମାତ୍ର ୫ କିଲୋମିଟର ଯିବା ପରେ ଏହି ଘଟଣା ଘଟିଛି। ବୋଟ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିବାବେଳେ ୧୫ଟି ବାଇକ୍ ରହିଛି। ବୋଟ୍‌ରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଅନ୍ୟ ଏକ ବୋଟ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛି।