ଭୁବନେଶ୍ବର: ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ସାମିଲ ହେବେ ଡେଲିଭରି ବୟ, କୁମ୍ଭାର, କମାର, ପାଇପମିସ୍ତ୍ରୀ ଭଳି ୫୦ଟି ବର୍ଗ । ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ ପଦକ୍ଷେପ ନିଆଯାଇଛି ।ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀଙ୍କୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ଏବେ ବୁଲାବିକାଳି, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର ହକର ଏବଂ ସଫେଇ କର୍ମଚାରୀଙ୍କ ପରି ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି।ଏବେ ଆଉ ୫୦ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଏହି ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ବୋର୍ଡରେ ରେଜିଷ୍ଟ୍ରିଭୁକ୍ତ ଶ୍ରମିକଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୨ଲକ୍ଷରୁ ୪ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି। ସେହିପରି ସ୍ବାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୧ଲକ୍ଷ ଟଙ୍କାରୁ ୨ଲକ୍ଷ ଟଙ୍କାକୁ ବଢ଼ାଯାଇଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ