ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅତିରିକ୍ତ ବଜେଟ୍ ମାଧ୍ୟମରେ ଓଡ଼ିଶାର ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ଶିଳ୍ପ, ସଂସ୍କୃତି, କୃଷି, ମହିଳା ସଶକ୍ତୀକରଣ ଆଦି ବିଭାଗର ବିକାଶ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଅତିରିକ୍ତ ବଜେଟ୍ରେ ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ବ ଦେଇଛନ୍ତି। ପ୍ରାଥମିକ ଓ ଉଚ୍ଚଶିକ୍ଷାର ବିକାଶ ପାଇଁ ୨,୩୨୭ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହି ବଜେଟ୍ ମାଧ୍ୟମରେ ରାଜ୍ୟର ଶିକ୍ଷା ବିଭାଗ ଅଧିକ ଅଗ୍ରସର ହୋଇପାରିବ ବୋଲି ଆଶା କରାଯାଉଛି। ଏହି ଅତିରିକ୍ତ ବଜେଟ୍ରେ ଶିକ୍ଷା ପରେ କୃଷି ଏବଂ କୃଷକଙ୍କୁ ଦ୍ବିତୀୟ ସର୍ବାଧିକ ଗୁରୁତ୍ବ ଦିଆଯାଇଛି। ରାଜ୍ୟର ଚାଷୀମାନଙ୍କ ପାଇଁ ସରକାର ଅତିରିକ୍ତ ବଜେଟ୍ରେ ୧୬,୭୩ କୋଟି ଟଙ୍କାର ବ୍ୟବସ୍ଥା କରିଛନ୍ତି। ସେହିପରି ମହିଳା ଏବଂ ଶିଶୁ ବିକାଶ ବିଭାଗ ପାଇଁ ଅତିରିକ୍ତ ବଜେଟ୍ରେ ୧,୫୫୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ଅତିରିକ୍ତ ବଜେଟ୍ରେ ଶିଳ୍ପ ଓ MSME ପାଇଁ ୩୩୭ କୋଟି ଟଙ୍କା, ମମତା ଯୋଜନା ପାଇଁ ୧୪୧ କୋଟି, ଗୋପବନ୍ଧୁ ଜନ ଆରୋଗ୍ୟ- ୪୪୦ କୋଟି, ବିପର୍ଯ୍ୟୟ ପରିଚାଳନା ପାଇଁ ୧୭୧ କୋଟି, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ପାଇଁ ୫୩୧ କୋଟି, ପ୍ରଶାସନିକ ଖର୍ଚ୍ଚ ପାଇଁ ୩, ୩୮୯ କୋଟି ଟଙ୍କା, ସାମାଜିକ ସେବା ପାଇଁ ୫, ୯୪୮ କୋଟି ଟଙ୍କା, ସ୍ବାସ୍ଥ୍ଯ ବିଭାଗ ପାଇଁ ୧୧୬୪ କୋଟି ଟଙ୍କା, ପଞ୍ଚାୟତିରାଜ ବିଭାଗ ପାଇଁ ୬୧୬ କୋଟି ଟଙ୍କା, ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପାଇଁ ୩୬୩ କୋଟି ଟଙ୍କା, ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି ଟଙ୍କା, ନନ୍ଦନକାନନର ବିକାଶ ପାଇଁ ୮୦ କୋଟି ଟଙ୍କା, ପରିବେଶ, ପର୍ଯ୍ୟଟନର ବିକାଶ ପାଇଁ ୮୦ କୋଟି, ବନ୍ୟପ୍ରାଣୀ ସଂରକ୍ଷଣ ଓ ସୁରକ୍ଷା ପାଇଁ ୨୫ କୋଟି ଓ ସହରୀ ବିକାଶ ପାଇଁ ୩୦୩ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ