‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ହେବ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ହେଉଛି ‘ଆମ ଓଡିଶା ନବୀନ ଓଡିଶା’ । ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ହେବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଦ୍ବିତୀୟ ଦିନରେ ପୁରୀ ଓ ନୟାଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ପୁରୀ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୩୪ କୋଟି ଟଙ୍କା ଏବଂ ଏଥିରେ ୪୧୩୦ଟି ପ୍ରକଳ୍ପ ହେବ। ସେହିପରି ନୟାଗଡ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୭ କୋଟି ଟଙ୍କା ଏବଂ ଏଥିରେ ୨୯୨୪ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହି ଯୋଜନା ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁର ସର୍ବାଙ୍ଗୀନ ବିକାଶ । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ପୁରୀ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୩୪ କୋଟି ଟଙ୍କା ଏବଂ ଏଥିରେ ୪୧୩୦ଟି ପ୍ରକଳ୍ପ ହେବ। ସେହିପରି ନୟାଗଡ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୭ କୋଟି ଟଙ୍କା ଏବଂ ଏଥିରେ ୨୯୨୪ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ । ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।