ମୁଖ୍ୟମନ୍ତ୍ରୀ ବୟନ ଜ୍ୟୋତି ଯୋଜନାରେ ୯ ହଜାର ୪୧ ଜଣ ବୁଣାକାର ଲାଭ ପାଇଛନ୍ତି

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ଥିଲେ ବିଭାଗୀୟ ମନ୍ତ୍ରୀ ରିତା ସାହୁ। ମୁଖ୍ୟମନ୍ତ୍ରୀ ବୟନ ଜ୍ୟୋତି ଯୋଜନାରେ ୯ ହଜାର ୪୧ ଜଣ ବୁଣାକାର ଲାଭ ପାଇଛନ୍ତି । ୮ ହଜାର ୧୬୪ ଜଣ ନିଯୁକ୍ତି ପାଇଛନ୍ତି । ବ୍ରହ୍ମପୁର ପାଟ, ବୋମକେଇ ବସ୍ତ୍ରର ଚାହିଦା ରହିଛି ଓ ବୟନିକା ମାଧ୍ୟମରେ ବୁଣାକାରଙ୍କ ଠାରୁ ସଂଗ୍ରହ କରାଯାଉଛି । ସେହିଭଳି ପାରଳାଖେମୁଣ୍ଡିର ସିଙ୍ଘ କାମକୁ କିଭଳି ଜିଆଇ ଟ୍ୟାଗ ମିଳିବ ଓ ଏହାର ଆଧୁନିକୀକରଣ କରାଯାଇପାରିବ ସେଦିଗରେ ମଧ୍ୟ ଉଦ୍ୟମ କରାଯିବ ବୋଲି ସୂଚନା ଦେଇଛନ୍ତି ସଚିବ ଅରବିନ୍ଦ ପାଢ଼ୀ ।

ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ବୁଣାକାରଙ୍କୁ ୫୦ ହଜାର ପର୍ଯ୍ୟନ୍ତ ସୁଧ ମୁକ୍ତ ଋଣ ଯୋଗାଇ ଦିଆଯାଉଛି । ବର୍ତ୍ତମାନ ସୁଦ୍ଧା ୨୩୮ ଜଣଙ୍କୁ ଋଣ ଯୋଗାଇ ଦିଆଯାଇଛି । ୧୪୪୭ ଜଣଙ୍କୁ ବୁଣାକାର ସହାୟତା ପ୍ରଦାନ କରାଯାଇଛି । ୨୦୦୦ ମସିହାଠାରୁ ୫୭ ହଜାର ୭୨୭ ଜଣ ହସ୍ତଶିଳ୍ପ କାରିଗରଙ୍କୁ ବିଭିନ୍ନ ଦକ୍ଷତା ତାଲିମ ଦିଆଯାଇଛି । ଶିଳ୍ପୀ ଉନ୍ନତି ଯୋଜନାରେ ଉତ୍ପାଦନ କେନ୍ଦ୍ର ପାଇଁ ୧୩ ହଜାର ୬୧୮ ହସ୍ତଶିଳ୍ପୀ ଲାଭାନ୍ବିତ ହୋଇଛନ୍ତି । ବାସଗୃହ ନିର୍ମାଣ ପାଇଁ କାରିଗରଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯାଉଛି ।