ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟିତ

ଭୁବନେଶ୍ବର: ଶିକ୍ଷା କ୍ଷେତ୍ରରେ ଆଗକୁ ବଢୁଛି ଓଡ଼ିଶା ।  ସାରା ଦେଶରେ ରୋଲ ମଡେଲ ସାଜିବ ଓଡ଼ିଶା ଆଦର୍ଶ ବିଦ୍ୟାଳୟ । ଗଢାହେବ ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କ ସୁନେଲି ଭବିଷ୍ୟତ । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିବା ଅବସରରେ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତ ନୂଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ଦୃଢ଼ କରୁଛି ଓଏଭି । ଉତ୍ତମ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ଓଏଭି ସ୍ଥାପନ କରାଯାଇଥିଲା । ଯାହାକି ଆଜି ସାକାର ହୋଇଛି । ମେଧାବୀ ଛାତ୍ରଛାତ୍ରୀଙ୍କୁ ଏହା ମାଧ୍ୟମରେ ଉତ୍ତମ ଶିକ୍ଷା ପ୍ରଦାନ କରାଯାଉଛି । ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ କରୁଛି ଓଏଭି ।