ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସିକା ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଖେଳ ପଡିଆରେ ଆୟୋଜିତ ଯୁବ ଶକ୍ତି ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୯ଟାରେ ଭୁବନେଶ୍ଵରରୁ ବାହାରି ପ୍ରଥମେ ଆସିକା ହରିହର ହାଇସ୍କୁଲରେ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିବେ। ସେଠାରୁ ସେ ଖମ୍ବେଶ୍ଵରୀ ମନ୍ଦିରକୁ ଯାଇ ମାଙ୍କୁ ଦର୍ଶନ କରିବା ପରେ ବିଜ୍ଞାନ ମହାବିଦ୍ୟାଳୟକୁ ଯାଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପୁଲିସ୍ , ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Leave a comment