ପୁରୀ: ବିଭିନ୍ନ ଦାବି ନେଇ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ପଦଯାତ୍ରା କରାଯାଇଛି । ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ଅଳଙ୍କାର ଗଣତି ଆଦି ଦାବିରେ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରା କରାଯାଇଛି। ଆଗାମୀ ୨୮ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ପୁଣି ଅନ୍ଦୋଳନ କରାଯିବ ବୋଲି କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି।ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ବିଧାୟକ ତାରା ବାହୀନିପତି ଓ ପୁରୀ ଜିଲ୍ଲା କଂଗ୍ରେସ ସଭାପତିଙ୍କ ସମେତ ଶତାଧିକ ଦଳୀୟ କର୍ମୀ ସାମିଲ ହୋଇ ଚାରିଦ୍ୱାର ଖୋଲିବାକୁ ଦାବି କରିଛନ୍ତି। ଏଥି ସହିତ ରତ୍ନଭଣ୍ଡାରେ ଥିବା ରତ୍ନର ଗଣତି ଏବଂ ମରାମତି କାମ ଦାବି କରୁଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି କଂଗ୍ରେସର ନେତୃବୃନ୍ଦ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post