ପୁରୀ: ବିଭିନ୍ନ ଦାବି ନେଇ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ପଦଯାତ୍ରା କରାଯାଇଛି । ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ଅଳଙ୍କାର ଗଣତି ଆଦି ଦାବିରେ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରା କରାଯାଇଛି। ଆଗାମୀ ୨୮ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ପୁଣି ଅନ୍ଦୋଳନ କରାଯିବ ବୋଲି କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି।ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ବିଧାୟକ ତାରା ବାହୀନିପତି ଓ ପୁରୀ ଜିଲ୍ଲା କଂଗ୍ରେସ ସଭାପତିଙ୍କ ସମେତ ଶତାଧିକ ଦଳୀୟ କର୍ମୀ ସାମିଲ ହୋଇ ଚାରିଦ୍ୱାର ଖୋଲିବାକୁ ଦାବି କରିଛନ୍ତି। ଏଥି ସହିତ ରତ୍ନଭଣ୍ଡାରେ ଥିବା ରତ୍ନର ଗଣତି ଏବଂ ମରାମତି କାମ ଦାବି କରୁଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି କଂଗ୍ରେସର ନେତୃବୃନ୍ଦ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Next Post