୨୪ ଘଣ୍ଟାରେ ବାହାରିଲେ ୫୭୨ ଜଣ କୋଭିଡ୍ ପଜିଟିଭ

ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ଶହ ଛୁଇଁବାକୁ ବସିଲାଣି । ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୫୭୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେଥି ମଧ୍ୟରୁ ସଙ୍ଗରୋଧରୁ ୩୩୬ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୨୩୬ । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୬୯ ଆକ୍ରାନ୍ତ ଅଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୩୫୦୪ ଜଣ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।