୨୪ ଘଣ୍ଟାରେ ବାହାରିଲେ ୧୦୪୩ କରୋନା ପଜିଟିଭ ଚିହ୍ନଟ
ହଜାର ଡେଇଁଲା ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୧୦୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ସଙ୍ଗରୋଧରୁ ୬୦୯ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୪୩୪ । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୦ ଆକ୍ରାନ୍ତ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୭୧୭୫ ଜଣକୁ ବୃଦ୍ଧି ପାଇଛି ।