ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।

ଏଥିମଧ୍ୟରେ ୧୧୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୮୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ଚିହ୍ନଟ ହୋଇଛନ୍ତି।