Odisha ନବ ଦାସ ହତ୍ୟାକାଣ୍ଡ ଏକ ହାଇ ପ୍ରୋଫାଇଲ ମର୍ଡ଼ର, କିନ୍ତୁ କ୍ରାଇମବ୍ରାଞ୍ଚ ବାସ୍ତବ ତଦନ୍ତ କରିନାହିଁ: ବିଜୟ Last updated May 27, 2023 ଭୁବନେଶ୍ବର: ନବ ଦାସ ହତ୍ୟା ମାମଲାକୁ ନେଇ ସରକାରଙ୍କ ଉପରେ ସନ୍ଦେହ ପ୍ରକଟ କରିଛନ୍ତି ବରିଷ୍ଠ ନେତା ବିଜୟ ମହାପାତ୍ର । ତାଙ୍କ କହିବା କଥା ଏତେ ବଡ଼ ଅପରାଧରେ ଷଡ଼ଯନ୍ତ୍ର ନେଇ ତଦନ୍ତ ହୋଇନାହିଁ । ବିଜେପି ନେତା ବିଜୟ ମହାପାତ୍ର କହିଛନ୍ତି ନବ ଦାସ ହତ୍ୟାକାଣ୍ଡ ଏକ ହାଇ ପ୍ରୋଫାଇଲ ମର୍ଡ଼ର, କିନ୍ତୁ କ୍ରାଇମବ୍ରାଞ୍ଚ ବାସ୍ତବ ତଦନ୍ତ କରିନାହିଁ ବୋଲି ଅଭିଯୋଗ ରହିଛି । ପ୍ରାରମ୍ଭିକ ଭାବରେ ଜଣାପଡୁଛି କ୍ରାଇମବ୍ରାଞ୍ଚ ଏକ କଭରଅପ ବ୍ରାଞ୍ଚ ଭାବରେ ନିଜକୁ ପ୍ରତିପାଦିତ କରିଛି। କ୍ରାଇମବ୍ରାଞ୍ଚକୁ ନେଇ ଲୋକେ ଯାହା ଆଶା କରୁଥିଲେ ତାହା ହେଲା ନାହିଁ। ମୁଁ ପ୍ରଥମେ ମୋଟିଭ ଅଫ ମର୍ଡର ନେଇ ତଦନ୍ତ ହେଉ ବୋଲି କହିଥିଲି, ସେ ସମ୍ପର୍କରେ ତଦନ୍ତ କରିଛନ୍ତି କି ନାହିଁ କିଛି ଜଣାପଡ଼ୁନି। ଗୋପାଳକୁ ପାଗଳଖାନା ନେବାକୁ କ୍ରାଇମବ୍ରାଞ୍ଚ କହୁଥିଲା, ମିଡିଆ କିମ୍ବା ଲୋକେ କହୁ ନଥିଲେ। ଠିକ ଭାବେ ତଦନ୍ତ ହୋଇଛି କି ନାହିଁ ଅଧ୍ୟୟନ କଲା ପରେ ଜଣାପଡ଼ିବ। Share