ହିମାଂଶୁ ସାହୁଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠିତ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ କରିବ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ମଧ୍ୟ ତଦନ୍ତ କରାଯିବ।