୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ

୩୬ଘଣ୍ଟା ପରେ କଟକରେ କର୍ଫ୍ୟୁ କୋହଳ କରାଯାଇଛି । ରବିବାର ରାତିରୁ କଟକଣା ଲାଗୁ ହୋଇଥିବା ବେଳେ ଆଜି ସକାଳ ୧୦ଟା ପର୍ଯ୍ୟନ୍ତ ଥିଲା କର୍ଫ୍ୟୁ କଟକଣା। ୧୦ଟା ପୂର୍ବରୁ ପୁଲିସ ପକ୍ଷରୁ କଟକଣା ନେଇ କୌଣସି ସୂଚନା ନଆସିବା ପରେ କର୍ଫ୍ୟୁ କୋହଳ କରାଯାଇଛି । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ ଲାଗିଥିଲା କର୍ଫ୍ୟୁ ଲାଗିଥିଲା । କର୍ଫ୍ୟୁ ହଟିବା ପରେ ସହରରେ ଜୀବନଯାତ୍ରା ସ୍ୱାଭାବିକ ହେଉଛି । ମଙ୍ଗଳାବାଗ, କ୍ୟାଣ୍ଟନ୍‍ମେଣ୍ଟ, ପୁରୀଘାଟ, ବାଦାମବାଡି, ଲାଲବାଗ୍‍, ବିଡାନାସୀ, ମର୍କତନଗର, ସିଡିଏ ଫେଜ୍‍-୨, ମାଲଗୋଦାମ, ଜଗତପୁର, ବୟାଳିଶି ମୌଜା, ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗିଥିଲା ।

ଭାଇଚାରାର ସହର କଟକରେ ଦୀର୍ଘ ୩୪ ବର୍ଷ ପରେ ଗୋଷ୍ଠୀହିଂସା ଜନିତ କର୍ଫ୍ୟୁ ଫେରିଥିବାବେଳେ ଶାନ୍ତି ବଜାୟ ରଖିବା ପାଇଁ ଉଦ୍ୟମ ଜୋରଦାର ହୋଇଛି। ହିଂସାକାଣ୍ଡ ଘଟଣାରେ ୨୦୦ ଜଣଙ୍କ ନଁାରେ ମାମଲା ରୁଜୁ ହୋଇଥିବାବେଳେ ୪୨ରୁ ଊର୍ଦ୍ଧ୍ବ ଅଭିଯୁକ୍ତଙ୍କୁ ପୁଲିସ ଚୌଦ୍ବାର, ସିଡିଏ ଫେଜ୍‌-୨, ନନ୍ଦନକାନନ ଓ ବାରଙ୍ଗ ଥାନାରେ ଅଟକ ରଖିଛି। ଇତିମଧ୍ୟରେ ୩ଟି ମାମଲା ରୁଜୁ କରାଯାଇ ୮ଜଣଙ୍କୁ ଗିରଫ କରାଯାଇଛି। ସିସିଟିଭି ଓ ଗଣମାଧ୍ୟମରେ ପ୍ରକାଶିତ ତଥା ପ୍ରସାରିତ ଭିଡ଼ିଓ ଫୁଟେଜ ଆଧାରରେ ପୁଲିସ ଗଣ୍ଡଗୋଳକାରୀଙ୍କୁ ଚିହ୍ନଟ କରିବା ପ୍ରକ୍ରିୟା ଆରମ୍ଭ କରିଛି।

Leave a comment