ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍
ଆସନ୍ତା ଜୁଲାଇ ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲି ନ ପାରେ । ଉକ୍ତ ଦିନ ରଥ ଯାତ୍ରା ଥିବାରୁ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍ । ତେବେ ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଏହା ଖୋଲାଯିବ ବୋଲି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ ଗୁରୁବାର ଭୁବନେଶ୍ୱରରେ ପହଞ୍ଚିବା ପରେ ଏପରି ମନ୍ତବ୍ୟ ଦେଇଛନ୍ତି। ସେ ଆସନ୍ତାକାଲିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ରହିବେ।ବିମାନବନ୍ଦରରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେଇ ଅବସରପାପ୍ତ ଜଷ୍ଟିସ୍ ଅରିଜିତ୍ ପଶାୟତ କହିଛନ୍ତି, ଆସନ୍ତା ୮ ତାରିଖରେ ରଥ ଯାତ୍ରା ଥିବାରୁ ସେଦିନ ରତ୍ନ ଭଣ୍ଡାର ଖୋଲାଯିବା ଆଶା କ୍ଷୀଣ। ଏ ସମ୍ପର୍କରେ ନିଷ୍ପତ୍ତି ସରକାର ନେବେ।ସେ ଆସନ୍ତାକାଲି ଶୁକ୍ରବାର ପୁରୀ ପହଞ୍ଚିବା ପରେ ରତ୍ନଭଣ୍ଡାର ଇନଭେଣ୍ଟୋରି କମିଟିର ବୈଠକରେ ଯୋଗଦେବେ। ରତ୍ନଭଣ୍ଡାର ମରାମତି ଓ ରତ୍ନ ଗଣତି ଉପରେ କଣ ନିଷ୍ପତ୍ତି ହେଉଛି ତା ଉପରେ ଏବେ ସମସ୍ତଙ୍କ ନଜର ରହିଛି । ଏଥର ରତ୍ନଭଣ୍ଡାର କେବେ ଖୋଲାଯିବ ? ଗଣତି କେବେ ଆରମ୍ଭ ହେବ ? ରତ୍ନଭଣ୍ଡାର ମରାମତି କେବେ ହେବ ? ଏ ସମସ୍ତ ପ୍ରକ୍ରିୟା କେବେ ସରିବ ସେନେଇ ବୈଠକରେ ନିଷ୍ପତ୍ତି ହୋଇପାରେ ।