ପ୍ରାର୍ଥୀପତ୍ର ଦାଖଲ କଲେ ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀ

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସୂରଜ ସକାଳେ ବାପାଙ୍କ ସମାଧିପୀଠକୁ ଯାଇଥିଲେ । ପରେ ସେ ଭଦ୍ରକର ମା ଦକ୍ଷିଣକାଳୀ ମନ୍ଦିରରେ ପୂଜାର୍ଚ୍ଚନା କରି ଶୋଭାଯାତ୍ରାରେ ଭଦ୍ରକ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

ସୂରଜଙ୍କ ସହ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ବିଧାୟକ ମୋହନ ମାଝି, ଜିଲ୍ଲା ପ୍ରଭାରୀ କାଳନ୍ଦୀ ସାମଲ, ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ଓ ଜିଲ୍ଲା ସଭାପତି ହେମନ୍ତ ପାଢ଼ୀଙ୍କ ସମେତ ବହୁ ନେତା ଓ କର୍ମୀଙ୍କୁ ଦେଖିବାକୁ ମିଳିଥିଲା।