ପରିବାରବାଦକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନକୁ ନେଇ ସମାଲୋଚନା କରିଛି ବିଜେଡି । ପରିବାରବାଦ ଉପରେ ଧର୍ମେନ୍ଦ୍ରଙ୍କ ମନ୍ତବ୍ୟ ହାସ୍ୟାସ୍ପଦ କହିଲା ବିଜେଡି । ଧର୍ମେନ୍ଦ୍ର ବି ପାରିବାରିକ ରାଜନୀତିରୁ ଆସିଛନ୍ତି ଏବଂ ରାଜନୈତିକ ପରିବାରର ସୁବିଧାକୁ ଉପଭୋଗ କରିଛନ୍ତି । ଓଡିଶାବାସୀ ଭୋଟ ନଦେବାରୁ ଗଳାବାଟ ଦେଇ ରାଜ୍ୟସଭା ଯାଇଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡାଇ । ମୁଁ ଏକ ରାଜନୈତିକ ପରିବାରରୁ ଆସିଛି ହେଲେ ବ୍ୟକ୍ତିଗତ ସ୍ତରରେ କଠିନ ପରିଶ୍ରମ ପାଇଁ, ଜନତା ମୋତେ ଲଗାତାର ତିନି ଥର ବିଧାୟକ ଭାବେ ନିର୍ବାଚିତ ହେବାକୁ ଆଶୀର୍ବାଦ କରିଛନ୍ତି ବୋଲି ସେ କହିଛନ୍ତି । ଦୁଇଟି ନିର୍ବାଚନ ହାରିବା ପରେ ଧର୍ମେନ୍ଦ୍ର ଗଳାବାଟ ଜରିଆରେ ବିହାର ଏବଂ ମଧ୍ୟପ୍ରଦେଶ ଭଳି ଅନ୍ୟରାଜ୍ୟରୁ ରାଜ୍ୟସଭାକୁ ଯାଇଛନ୍ତି । ତେଣୁ ପରିବାରବାଦ ଉପରେ ଅନ୍ୟ ଉପରକୁ କହିବା ପୂର୍ବରୁ ନିଜ କଥା ଦେଖିବା ଦରକାର ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post