ଦ୍ୱାରଶୁଣି ଘାଟିରୁ ଖସିଲା ଯାତ୍ରାପାର୍ଟି ଟ୍ରକ, ୬ମୃତ, ୧୨ରୁ ଅଧିକ ଆହତ
ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରୁ ଖସିଲା ଧଉଳି ଯାତ୍ରାପାର୍ଟି ଟ୍ରକ । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୬ ଜଣଙ୍କର ଜୀବନ ଯାଇଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ୪୯ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ହୋଇ ୬ରେ ପହଞ୍ଚିଛି। ଆଗକୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଜଣାପଡିଛି। ଭାରସାମ୍ୟ ହରାଇ ଧଉଳି ଗଣନାଟ୍ୟ ଯାତ୍ରାପାର୍ଟିର ଲାଇଟ ଓ ସାଉଣ୍ଡ ବୋଝେଇ ଟ୍ରକ ଓଲଟି ପଡିଛି। ଦୁର୍ଘଟଣାରେ ୧୨ ଜଣ ଗୁରୁତର ହୋଇଥିଲେ। ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟି ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏବେ ବି ଟ୍ରକ ତଳେ ଅନେକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ଦ୍ୱାରଶୁଣି ଘାଟି ନିକଟରେ ଟ୍ରକଟି ଭାରସାମ୍ୟ ହରାଇ ଖସି ପଡିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚିଥିବା ବେଳେ ଉଦ୍ଧାରକାର୍ଯ୍ୟକୁ ତ୍ୱରାନିତ୍ୱ କରାଯାଇଛି । ସମସ୍ତ ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଟ୍ରକଟି ଘାଟି ତଳକୁ ଖସି ଖଣ୍ଡ ବିଖଣ୍ଡିତ ହୋଇଛି । ମୃତକଙ୍କ ଏପର୍ଯ୍ୟନ୍ତ ଖବର ମିଳିପାରିନାହିଁ । ଭାରସାମ୍ୟ ହରାଇ ଧଉଳି ଗଣନାଟ୍ୟ ଯାତ୍ରାପାର୍ଟିର ଲାଇଟ ଓ ସାଉଣ୍ଡ ବୋଝେଇ ଟ୍ରକ ଓଲଟି ପଡିଥିବା ସ୍ଥାନୀୟ ଲୋକେ ଦେଖି ପ୍ରଥମେ ଉଦ୍ଧାର କରିଥିଲେ ।
ମିଳିଥିବା ସୂଚନା ଅନୁସାରେ ଘାଟିରୁ ଓହ୍ଲାଉଥିବା ବେଳେ ଭାରସାମ୍ୟ ହରାଇ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଆହତ ମାନଙ୍କୁ ଉଦ୍ଧାର କରି ନିକଟସ୍ଥ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ବାଙ୍ଗିରିପୋଷି ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟ ଲୋକମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ ସହ ସ୍ଥିତି ନିୟନ୍ତ୍ରଣ କରୁଛି। କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଲାଗି ରହିଥିବା ବେଳେ ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା ଘଟିଛି।