ପୁଣି ଭିଜିଲାନ୍ସ ଜାଲରେ ଦିଗପହଣ୍ଡି ରେଞ୍ଜର
ବ୍ରହ୍ମପୁର: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଦିଗପହଣ୍ଡି ରେଞ୍ଜରଙ୍କ ଗାଡ଼ିରୁ ମିଳିଲା ଲକ୍ଷେ ୫୮ ହଜାର ଟଙ୍କା । ଗତକାଲି ବିଳମ୍ବିତ ରାତିରେ ଦିଗପହଣ୍ଡିସ୍ଥିତ କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା । ଘରେ ଛାପା ମାରିଛି ଭିଜିଲାନ୍ସ । ରେଞ୍ଜନ କାହ୍ନୁଚରଣ ପଟ୍ଟନାୟକଙ୍କ ଘର ସମେତ ଦିଗପହଣ୍ଡି ସରକାରୀ କାର୍ଯ୍ୟାଳୟ, ସରକାରୀ ବାସଭବନରେ ଚାଲିଛି ଭିଜିଲାନ୍ସ ଚଢ଼ାଉ । ବ୍ରହ୍ମପୁରର ୬ ଜଣିଆ ଟିମ୍ ରେଡ୍ କରୁଛନ୍ତି ।