ଦୀପାବଳି ପାଇଁ ଲାଗୁ ହେଲା ଗାଇଡ୍ଲାଇନ୍
ରତିପାହିଲେ ଆଲୋକର ପର୍ବ ‘ଦୀପାବଳି’। ଏହାକୁ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି। ସନ୍ଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ତେବେ ୧୨୫ ଡେସିବେଲ୍ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ଲାଗି ମନା କରାଯାଇଛି। ପାର୍କ, ସାଇଲେନ୍ସ ଜୋନ୍ରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ସେହିପରି ହସ୍ପିଟାଲ, ଶିକ୍ଷାନୁଷ୍ଠାନ, ଧାର୍ମିକ ଅନୁଷ୍ଠାନ ଓ କୋର୍ଟଠାରୁ ୧୦୦ ମିଟର ଭିତରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ବସ୍ତି ସହ ରାସ୍ତା ଓ ଜନ ଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ସମ୍ପୂର୍ଣ ମନା | ୧୦ ବର୍ଷରୁ କମ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ନ ଦେବାକୁ ଓ ତା ଠାରୁ ଦୂରେଇ ରଖିବାକୁ ପରାମର୍ଶ ଦିଆଯାଇଛି |