ମଶା ବଂଶ ବୃଦ୍ଧି ରୋକିବାକୁ ଡ୍ରୋନ୍ ବ୍ୟବହାର କରିବ ବିଏମସି
ଭୁବନେଶ୍ୱର: ପୁଣି ବଢ଼ିଲେଣି ମଶା ବଂଶ । ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ବିଏମସି ମଶା ବଂଶ ବୃଦ୍ଧି ରୋକିବାକୁ ଡ୍ରୋନ୍ ବ୍ୟବହାର କରିବା ନେଇ ସୂଚନା ଦେଇଛନ୍ତି ବିଏମସି ମେୟର ସୁଲୋଚନା ଦାସ । ରାଜଧାନୀରେ ବଢୁଥିବା ଡେଙ୍ଗୁ ସଂଖ୍ୟାକୁ ନଜରରେ ରଖି ମଶା ଉତ୍ପତ୍ତି ସ୍ଥାନରେ ଡ୍ରୋନ୍ ମାଧ୍ୟମରେ ମଶାମରା ରାସାୟନିକ ସ୍ପ୍ରେ କରାଯିବ । ଅପହଞ୍ଚ ଜଳଉତ୍ସ ଗୁଡିକରେ ଏହି ଔଷଧ ସ୍ପ୍ରେ କରାଯିବ। ଗତବର୍ଷ ମଧ୍ୟ ବିଏମସି ପକ୍ଷରୁ କିଛି ସ୍ଥାନରେ ଡ୍ରୋନ ବ୍ୟବହାର କରାଯାଇ ଔଷଧ ସ୍ପ୍ରେ କରାଯାଇଥିଲା। ସେହିପରି ସାପ୍ତାହିକ ଡ୍ରାଏ ଡେ ପାଳନ କରାଯାଉଛି । ଅଗଷ୍ଟ ୧୫ରୁ ଅମାନିଆଙ୍କଠୁ ଜୋରିମାନା ଆଦାୟ କରିବ ବିଏମସି । ଯେଉଁମାନଙ୍କ ଘରେ କିମ୍ବା ଘର ଆଖପାଖରେ ମଶା ଲାର୍ଭା ଉତ୍ପତ୍ତି ହେଉଛି ତାକୁ ସଫା ନକଲେ ଫାଇନ ଆଦାୟ କରିବ ବିଏମସି । ତେଣୁ ଜନସାଧାରଣ ମଶା ବଂଶ ବୃଦ୍ଧି ରୋକିବାରେ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି ବିଏମସି ମେୟର ।