ନିର୍ବାଚନ ଆଚରଣବିଧି ପାଇଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

The Chief Minister of Odisha, Shri Naveen Patnaik calling on the Prime Minister, Shri Narendra Modi, in New Delhi on October 06, 2014.

ଦେଶରେ ସାଧାରଣ ନିର୍ବାଚନ ସହିତ ଓଡିଶାରେ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ । ନିର୍ବାଚନ ଆୟୋଗ ଶନିବାର ଏହି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ତେବେ ନିର୍ବାଚନ ତାରିଖ ଘୋଷଣା ହେବା ସହିତ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି । ଏହି କ୍ରମରେ ନିର୍ବାଚନ ଆଚରଣ ବିଧି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି । ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।