ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ନେତା ବାଛିବେ ଜନତା । ମୋଟ୍ ୯୧୪୮ଟି ମତଦାନ କେନ୍ଦ୍ରରେ ୭୯ ହଜାରରୁ ଅଧିକ ମତଦାତା ସେମାନଙ୍କର ପସନ୍ଦର ନେତା ବାଛିବେ । ଦ୍ୱିତୀୟ ପର୍ଯ୍ୟାୟରେ ମୋଟ୍ ୩୦୫ଜଣ ପ୍ରାର୍ଥୀ ମୈଦାନରେ ଅଛନ୍ତି । ୫ଟି ଲୋକସଭା ଆସନରେ ୪୦ ଜଣ ପ୍ରାର୍ଥୀ ଥିବା ବେଳେ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ।୨୦୧୯ରେ ବିଜେପି ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼ ଲୋକସଭା ଆସନ ଜିତିଥିବାବେଳେ ବିଜେଡି ଆସିକା ଓ କନ୍ଧମାଳ ଆସନ ଜିତିଥିଲା । ଏଥର ସେହି ଧାରା ବଜାୟ ରହିବ ନା କିଏ ବାଜି ମାରିନେବ । ସେହିପରି ୩୫ଟି ବିଧାନସଭା ଆସନରୁ ବିଜେଡି ଏକାକୀ ୨୬ଟି ଆସନ ଜିତିଥିବାବେଳେ ଉଭୟ ବିଜେପି ଓ କଂଗ୍ରେସ ୪ଟି ଲେଖାଏଁ ଆସନ ଜିତିଥିଲେ । ସିପିଆଇଏମ୍ ଗୋଟିଏ ଆସନ ଜିତିଥିଲେ । ଏହି ପର୍ଯ୍ୟାୟରେ ମୋଟ୍ ୩୦୫ଜଣ ପ୍ରାର୍ଥୀ ଥିଲେ ହେଁ ସମସ୍ତଙ୍କ ନଜର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଅଛି । ମୁଖ୍ୟମନ୍ତ୍ରୀ ହିଞ୍ଜିଳି ସମେତ କଂଟାବାଞ୍ଜିରୁ ପ୍ରାର୍ଥୀ ହୋଇଛନ୍ତି । ହିଞ୍ଜିଳି ନବୀନଙ୍କ ଗଡ଼ ହୋଇଥିବାବେଳେ କଂଟାବାଞ୍ଜିରେ ଉଭୟ କଂଗ୍ରେସ ଓ ବିଜେପି କଡ଼ା ଟକ୍କର ଦେଇପାରନ୍ତି ବୋଲି ଆଲୋଚନା ହେଉଛି । ସେହିପରି ଦିଲୀପ ରାୟ, ମନ୍ତ୍ରୀ ସାରଦା ନାୟକ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ସଙ୍ଗୀତା ସିଂହଦେଓ, ଟିଟିଲାଗଡ଼ରେ ମନ୍ତ୍ରୀ ଟୁକୁନି ସାହୁ, ଭଞ୍ଜନଗରରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୋନପୁରରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସାନଖେମୁଣ୍ଡିରେ କଂଗ୍ରେସ ବିଧାୟକ ରମେଶ ଜେନାଙ୍କର ହେବ ଭାଗ୍ୟ ପରୀକ୍ଷା ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା