ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ନେତା ବାଛିବେ ଜନତା । ମୋଟ୍ ୯୧୪୮ଟି ମତଦାନ କେନ୍ଦ୍ରରେ ୭୯ ହଜାରରୁ ଅଧିକ ମତଦାତା ସେମାନଙ୍କର ପସନ୍ଦର ନେତା ବାଛିବେ । ଦ୍ୱିତୀୟ ପର୍ଯ୍ୟାୟରେ ମୋଟ୍ ୩୦୫ଜଣ ପ୍ରାର୍ଥୀ ମୈଦାନରେ ଅଛନ୍ତି । ୫ଟି ଲୋକସଭା ଆସନରେ ୪୦ ଜଣ ପ୍ରାର୍ଥୀ ଥିବା ବେଳେ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ।୨୦୧୯ରେ ବିଜେପି ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼ ଲୋକସଭା ଆସନ ଜିତିଥିବାବେଳେ ବିଜେଡି ଆସିକା ଓ କନ୍ଧମାଳ ଆସନ ଜିତିଥିଲା । ଏଥର ସେହି ଧାରା ବଜାୟ ରହିବ ନା କିଏ ବାଜି ମାରିନେବ । ସେହିପରି ୩୫ଟି ବିଧାନସଭା ଆସନରୁ ବିଜେଡି ଏକାକୀ ୨୬ଟି ଆସନ ଜିତିଥିବାବେଳେ ଉଭୟ ବିଜେପି ଓ କଂଗ୍ରେସ ୪ଟି ଲେଖାଏଁ ଆସନ ଜିତିଥିଲେ । ସିପିଆଇଏମ୍ ଗୋଟିଏ ଆସନ ଜିତିଥିଲେ । ଏହି ପର୍ଯ୍ୟାୟରେ ମୋଟ୍ ୩୦୫ଜଣ ପ୍ରାର୍ଥୀ ଥିଲେ ହେଁ ସମସ୍ତଙ୍କ ନଜର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଅଛି । ମୁଖ୍ୟମନ୍ତ୍ରୀ ହିଞ୍ଜିଳି ସମେତ କଂଟାବାଞ୍ଜିରୁ ପ୍ରାର୍ଥୀ ହୋଇଛନ୍ତି । ହିଞ୍ଜିଳି ନବୀନଙ୍କ ଗଡ଼ ହୋଇଥିବାବେଳେ କଂଟାବାଞ୍ଜିରେ ଉଭୟ କଂଗ୍ରେସ ଓ ବିଜେପି କଡ଼ା ଟକ୍କର ଦେଇପାରନ୍ତି ବୋଲି ଆଲୋଚନା ହେଉଛି । ସେହିପରି ଦିଲୀପ ରାୟ, ମନ୍ତ୍ରୀ ସାରଦା ନାୟକ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ସଙ୍ଗୀତା ସିଂହଦେଓ, ଟିଟିଲାଗଡ଼ରେ ମନ୍ତ୍ରୀ ଟୁକୁନି ସାହୁ, ଭଞ୍ଜନଗରରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୋନପୁରରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସାନଖେମୁଣ୍ଡିରେ କଂଗ୍ରେସ ବିଧାୟକ ରମେଶ ଜେନାଙ୍କର ହେବ ଭାଗ୍ୟ ପରୀକ୍ଷା ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି