ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ପ୍ରତି ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୨ ତାରିଖକୁ ‘ବିଶ୍ବ ହସ୍ତୀ ଦିବସ ଭାବେ’ ପାଳନ କରାଯାଉଛି। ଏହିଦିନ ହାତୀଙ୍କ ସୁରକ୍ଷା ଲାଗି ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଏ। ୨୦୧୨ରୁ ଏହି ଦିବସ ପାଳନ ଆରମ୍ଭ ହୋଇଛି। ରିପୋର୍ଟ ଅନୁସାରେ ୪,୪୦,୦୦୦ ହାତୀ ଜୀବିତ ଅଛନ୍ତି । ତେବେ ଶିକାରୀମାନେ ପ୍ରତିବର୍ଷ ୧୫ ହଜାର ହାତୀଙ୍କୁ ମାରି ଦେଉଥିବାରୁ ଏହା ଚିନ୍ତାର କାରଣ ହୋଇଛି । ଏଭଳି ସ୍ଥିତିରେ ଯଦି ହାତୀଙ୍କ ସୁରକ୍ଷା କରା ନ ଯିବ, ଆଗାମୀ ଦିନରେ ସେମାନଙ୍କ ସଂଖ୍ୟା ବିଲୁପ୍ତ ହେବା ଆଶଙ୍କା ରହିଛି । ହାତୀବଂଶ ପ୍ରତି ବିପଦ ସାଜିଛି ଅବୈଧ ଶିକାର, ଜଙ୍ଗଲ ସମ୍ପଦ ନଷ୍ଟ ଏବଂ ହାତୀ ମଣିଷ ବିବାଦ। ଏହା ବାଦ୍ ବିଦ୍ୟୁତ୍ ଆଘାତ ତଥା ଟ୍ରେନ୍ ଦୁର୍ଘଟଣା ଯୋଗୁଁ ମଧ୍ୟ ଅନେକ ହାତୀ ପ୍ରାଣ ହରାଉଛନ୍ତି। ଏଣୁ ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ପ୍ରତି ସମସ୍ତଙ୍କୁ ଯତ୍ନବାନ ହେବା ଆବଶ୍ୟକ। ଓଡ଼ିଶାରେ ଏହାର ବାସ୍ତବତାକୁ ନେଇ ବଡ଼ ପ୍ରଶ୍ନ ଉଠିଛି। ବର୍ଷ ବର୍ଷ ଧରି ହାତୀ-ମଣିଷ ଲଢ଼େଇ ଜାରି ରହିଥିବାବେଳେ କେତେବେଳେ ହାତୀ ତ ପୁଣି କେବେ ମଣିଷର ଜୀବନ ଯାଉଛି। ସେହିଭଳି ଟ୍ରେନ୍ ଧକ୍କା, ବିଦ୍ୟୁତ୍ ଆଘାତରେ ବହୁ ହାତୀଙ୍କ ମୃତ୍ୟୁ ଘଟିଥିବା ନଜିର ରହିଛି। ରାଜ୍ୟରେ ହାତୀ ଶିକାର ମଧ୍ୟ ବଢ଼ି ଚାଲିଛି। ପ୍ରାକୃତିକ ବାସସ୍ଥଳ ଅଭାବ ହାତୀବଂଶ ପାଇଁ ବିପଦ ସାଜିଛି। ରାଜ୍ୟରେ ହାତୀ ବଂଶ ବୃଦ୍ଧି ପାଉଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାକୁ ନେଇ ପରିବେଶବିତ୍ମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ୨୦୧୨ ଗଣନାରେ ହାତୀ ସଂଖ୍ୟା ୧୯୩୦ ଥିବାବେଳେ ୨୦୧୫ରେ ୧୯୫୪ ଓ ୨୦୧୭ରେ ଏହା ବୃଦ୍ଧି ପାଇ ୧୯୭୬ରେ ହୋଇଛି । ଗତ ୮ବର୍ଷରେ ରାଜ୍ୟରେ ମୋଟ ୫୪୮ହାତୀ ମରିଛନ୍ତି।
Trending
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
Prev Post
Next Post