ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ବୁଧବାର କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି । ଏଏସଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ପ୍ରବେଶ ଶୁଳ୍କ ଛାଡ଼ ହୋଇଥିବା କୋଣାର୍କ ସଂରକ୍ଷଣ ଅଧିକାରୀ ତ୍ରୈଲୋକ୍ୟ ନାଥ ବେହେରା ପ୍ରକାଶ କରିଛନ୍ତି । ଦିଲ୍ଲୀ ଠାରେ ଆତଙ୍କବାଦୀମାନଙ୍କ ବଡ଼ ଧରଣର କାର ବିସ୍ପୋରଣ ଘଟଣାକୁ ନଜରରେ ରଖି ମଙ୍ଗଳବାର ଅପରାହ୍ନରେ ପୁରୀ ଏସପି ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ଦେଶବିଦେଶର ପର୍ଯ୍ୟଟକମାନଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରେ ରଖି ବିଶ୍ୱଐତିହ୍ୟ ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କରିବା ସହ ଟିକିନିଖି ବୁଲିଦେଖି ତଦାରଖ କରିଥିଲେ । ପ୍ରତେକ ଦିନ ସୂର୍ଯ୍ୟ ମନ୍ଦିର ବୁଲିବା ପାଇଁ ଦେଶବିଦେଶର ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଏଠାକୁ ଆସିଥାନ୍ତି । ନିକଟରେ ଆତଙ୍କବାଦୀ ଙ୍କ ଦ୍ଵାରା ଘଟିଥିବା ଦିଲ୍ଲୀ କାର ବିସ୍ପୋରଣ ଘଟଣା ପରେ ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକମାନଙ୍କ ସୁରକ୍ଷା ପାଇଁ ପୁରୀ ଜିଲ୍ଲା ପୁଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏନେଇ ମଙ୍ଗଳବାର ଅପରାହ୍ନରେ ପୁରୀ ଏସପି ପ୍ରତୀକ ସିଂହଙ୍କ ନେତୃତ୍ବରେ ବରିଷ୍ଠ ପୁଲିସ ଅଧିକାରୀଙ୍କ ଏକ ଟିମି ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥାର ଟିକିନିଖି ତଦାରଖ କରିବା ସହିତ ଏହାର ସ୍ଥିତି ଅନୁଧ୍ୟାନ କରିଥିଲେ।ସୂଚନାଥାଉକି ବିଶ୍ୱଐତିହ୍ୟ ସୂର୍ଯ୍ୟମନ୍ଦିରର ସୁରକ୍ଷା ଦାୟିତ୍ୱ ଅସ୍ତ୍ରଶସ୍ତ୍ର ବିହୀନ କେତେଜଣ ହାତଗଣତି ଘରୋଇ ସୁରକ୍ଷା କର୍ମୀମାନଙ୍କୁ ଏଏସ ଆଇ ପକ୍ଷରୁ ନିୟୋଜିତ କରାଯାଇଛି। ଯାହା ବିଶ୍ୱଐତିହ୍ୟ ସୁରକ୍ଷାକୁ ନେଇ ଚିନ୍ତାପ୍ରକାଶ ପାଇଛି । ଫଳରେ ଆତଙ୍କବାଦୀଙ୍କ ସମ୍ଭାବ୍ୟ ଆକ୍ରମଣକୁ ନଜରରେ ରଖି ପୁରୀ ଜିଲ୍ଲା ପୁଲିସ ପକ୍ଷରୁ ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବା ସହ ପର୍ଯ୍ୟଟକ ମାନଙ୍କୁ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥା କଡାକଡି କରିବା ପାଇଁ ପୁରୀ ଏସପି ପ୍ରତୀକ ସିଂହ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରି ସ୍ଥିତି ନିର୍ଣ୍ଣୟ କରିଥିଲେ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post