Odisha ମୁଖ୍ୟମନ୍ତ୍ରୀଗଣଙ୍କୁ ହକି ବିଶ୍ବକପ୍ ନିମନ୍ତ୍ରଣ Last updated Dec 29, 2022 ଭୁବେନଶ୍ବର: ଆଉ ଦୁଇ ସପ୍ତାହ ରହିଲା ବିଶ୍ବ କପ୍ ହକି । ଓଡ଼ିଶାରେ ଆୟୋଜିତ ହକି ବିଶ୍ବକପ୍ ଲାଗି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହିକ୍ରମରେ ଆଜି ଓଡ଼ିଶା ସରକାରଙ୍କ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି। ତେବେ ପୂର୍ବରୁ ଏହି ନିମନ୍ତ୍ରଣକୁ କଂଗ୍ରେସ ଶାସିତ ରାଜସ୍ଥାନ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଆସିବା ପାଇଁ ହଁ କରିଛନ୍ତି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଚେନ୍ନଇଠାରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍କେ ଷ୍ଟାଲିନଙ୍କୁ ଭେଟି ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି। ସେହିଭଳି ଦିଲ୍ଲୀ ଗସ୍ତରେ ଥିବା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ ମୋହନ ରେଡ୍ଡୀଙ୍କୁ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଭେଟି ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ। ରାଞ୍ଚିରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସାକ୍ଷାତ କରି ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ ମନ୍ତ୍ରୀ ଜଗନ୍ନାଥ ସାରକା। ସେହିପରି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । Share