ପୁରୀରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟଣା । ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ମିଳିବ ୪ଲକ୍ଷ ଟଙ୍କାର ସହାୟତା ରାଶି । ଏହା ସହ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ସମ୍ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆଗତଙ୍କୁ ଭେଟିଥିଲେ । ସେମାନଙ୍କ ଚିକିତ୍ସା ବ୍ୟବସ୍ଥାରେ ରହିଥିବା ଡାକ୍ତରଙ୍କ ସହ ଆଲୋଚନା କରିଥିଲେ । ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଏବେ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିବା ସହ ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି