ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସୁଛି ବର୍ଷା

ଲଘୁଚାପ ପାଇଁ ପୁଣି ବର୍ଷା ହେବ । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ, ଉତ୍ତର-ପଶ୍ଚିମ ବଙ୍ଗୋପ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।

ଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉପକୂଳବର୍ତ୍ତି ଜିଲ୍ଲାରେ ପ୍ରବଳ ବର୍ଷିବ । କଟକ ଭୁବନେଶ୍ବରରେ ମଧ୍ୟ ବର୍ଷା ସଂଭାବନା ରହିଛି ।