ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଟୋନି ବ୍ଲେୟାର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଏବଂ ଅର୍ଥନୈତିକ ସାମର୍ଥ୍ୟ ବୃଦ୍ଧି ପାଇଁ ଓଡ଼ିଶା ସରକାର ଏବଂ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ୍ ଗ୍ଲୋବାଲ ଚେଞ୍ଜ ମଧ୍ୟରେ ବୁଝାବଣା ପତ୍ର ସ୍ବାକ୍ଷର ହୋଇଛି ।
Former UK PM Tony Blair calls on Odisha CM, discusses economic growth of state
Read @ANI Story | https://t.co/M46djNGJor#TonyBlair #NaveenPatnaik #Odisha pic.twitter.com/7smW8EEWWE
— ANI Digital (@ani_digital) July 26, 2023
ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟର ମୁଖ୍ୟ କାର୍ଯ୍ୟାଳୟ ଲଣ୍ଡନରେ ଅବସ୍ଥିତ ।ଏହି ଅନୁଷ୍ଠାନ ୪୫ରୁ ଅଧିକ ଦେଶରେ ସଫଳତାର ସହିତ କାର୍ଯ୍ୟ କରୁଛି । ଏହି ପ୍ରତିଷ୍ଠାନ ସଂପୃକ୍ତ ଦେଶଗୁଡ଼ିକର ନୀତି ତର୍ଜମା, ନୀତି ପ୍ରସ୍ତୁତି, ନୀତି ପରିଚାଳନା ଓ ଚୂଡ଼ାନ୍ତ ରୂପାୟନ କ୍ଷେତ୍ରରେ କାର୍ଯ୍ୟ କରିବା ସହିତ ବ୍ୟବସ୍ଥାର ଯଥାସମ୍ଭବ ଉନ୍ନତିକରଣରେ ସହାୟକ ହୋଇପାରିଛି ।ଏହାଦ୍ବାରା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ସହିତ ଅର୍ଥନୈତିକ ସାମର୍ଥ୍ୟ ବୃଦ୍ଧିରେ ଲାଭଦାୟକ ହେବ । ଓଡ଼ିଶା ସରକାରଙ୍କ ସହିତ ଟି.ବି.ଆଇର ଏହି ଅଣ-ବ୍ୟବସାୟିକ ଅନୁବନ୍ଧନ ସରକାରଙ୍କ ଅନେକ ପ୍ରକଳ୍ପର ସଫଳ ରୂପାୟନ କରିବା ସହିତ, ଅର୍ଥନୈତିକ ନୀତି ସମୀକ୍ଷା ଏବଂ ନୀତି ପ୍ରସ୍ତୁତି କ୍ଷେତ୍ରରେ କାର୍ଯ୍ୟକ୍ଷମ ହେବ ।