କୋରାପୁଟ : ଜୈବ ବିବିଧତା ଐତିହ୍ୟସ୍ଥଳୀର ମାନ୍ୟତା ପାଇବ ଗୁପ୍ତେଶ୍ବର । ଦକ୍ଷିଣ ଓଡ଼ିଶା ପ୍ରସିଦ୍ଧ ଶୈବପୀଠକୁ ମିଳିବ ନୂଆ ପରିଚୟ । ମହାଦେବଙ୍କ ଆରାଧନା ସହ ମିଳିବ ପର୍ଯ୍ୟଟନର ମଜା । କୋରାପୁଟ ଜିଲ୍ଲାର ବୈପାରିଗୁଡା ବ୍ଲକ ଅନ୍ତର୍ଗତ ହଳଦିକୁଣ୍ଡ ପଞ୍ଚାୟତରେ ଅବସ୍ଥିତ ଗୁପ୍ତେଶ୍ବର ପୀଠର ହେବ ବିକାଶ । ଏଥିପାଇଁ ରାଜ୍ୟ ସରକାର 20 କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହାରି ଭିତରେ ଏହାକୁ ସ୍ଥାନୀୟ ଜୈବ ବିବିଧତା ପରିଚାଳନା କମିଟି ଏନେଇ ଆଉ ପାଦେ ଆଗେଇଛି । 2018 ରୁ ଆଗତ ହୋଇଥିବା ଏକ ଲିଖିତ ପ୍ରସ୍ତାବକୁ ବୋର୍ଡ ନିକଟରେ ଉପସ୍ଥାପନ କରିଛି କମିଟି । ରାଜ୍ୟ ଜୈବ ବିବିଧତା ବୋର୍ଡ ଏକ ଟିମ୍ ପ୍ରସ୍ତାବିତ ଅଞ୍ଚଳରେ ସର୍ଭେ କରିବା ପରେ ଜଙ୍ଗଲ ବିଭାଗ ପକ୍ଷରୁ ଆବଶ୍ୟକୀୟ ସହଯୋଗ ଦିଆଯାଉଥିବା ସୂଚନା ଦେଇଛି । ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ସ୍ବାମିନାଥନ କୃଷୀ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post