ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି

ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି । ସେ ୨୦୧୪ ଲୋକସଭା ନିର୍ବାଚନରେ ଆନ୍ଧ୍ର ପ୍ରଦେଶର ବିଶାଖାପଟନମ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ଭାରତୀୟ ଜନତା ପାର୍ଟିରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ହରି ବାବୁ । ସେ ଆନ୍ଧ୍ର ପ୍ରଦେଶ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମଧ୍ୟ ଥିଲେ । ହରି ବାବୁଙ୍କୁ ୨୦୨୧ ଜୁଲାଇ ୬ରେ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି ।