ଆସନ୍ତା ୪ ଓ ୧୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଆସନ୍ତାକାଲି ନଭେମ୍ବର ୪  ତାରିଖ(ସୋମବାର ) ଏବଂ ଆଗାମୀ ନଭେମ୍ବର ୧୧  ତାରିଖ (ସୋମବାର)ରେ  ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ | ଏହି ଦିନମାନଙ୍କରେ ୟୁନିଟ-୫, ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠ  ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ |ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଥିବା ନେଇ ଲୋକ ସଂପର୍କ ଅଧିକାରୀ ସୂଚନା ଦେଇଛନ୍ତି |