ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ
ଆଜି ପ୍ରବଳ ବର୍ଷା ନେଇ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । କିଛି ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ହେଲେ ବି ଉପକୂଳ ଓଡ଼ିଶାରେ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଂକା ରହିଛି। ଆଜି ୨୧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଂକା ରହିଛି। ସେହିପରି ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଅନୁଗୋଳ, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଂକା ରହିଛି।
ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ଜାରି pic.twitter.com/KKgHFo8FoH
— Meteorological Centre, Bhubaneswar (@mcbbsr) August 22, 2023