ଲଗାଣବର୍ଷା ଯୋଗୁ ବର୍ଷାପାଇଁ କଟକ ଭୁବନେଶ୍ୱରକୁ ଆଲର୍ଟ କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ହେଉଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେଉଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଲଗାଣ ବର୍ଷା ଓ ଘଡ଼ଘଡ଼ି ପାଇଁ କଟକ ଓ ଭୁବନେଶ୍ୱରରେ ଲାେକମାନେ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଜଳବନ୍ଦୀ ସମସ୍ୟା ପୂର୍ବରୁ ଜଳନିଷ୍କାସନ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କାମ ନଥିଲେ ବାହାରକୁ ନବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ସେହିପରି ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଗୋଦାବରୀ ନଦୀ ଫୁଲିବା ଯୋଗୁ ମୋଟୁ ଅଞ୍ଚଳ ଜଳମଗ୍ନ ହୋଇଛି। ଗୋଦାବରୀରର ପଛୁଆ ପାଣି ମାଲକାନଗିରି ଦେଇ ପ୍ରବାହିତ ସିଲେରୁ ଓ ସାବେରୀ ନଦୀରେ ପ୍ରବେଶ କରିବା ଦ୍ୱାରା ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ