ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆଜି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ଲାଗି ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରିଥିଲେ ସେମାନେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ସମୟରେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ ବୋଲି କୁହାଯାଇଛି ।