ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୫ଟି ଜିଲ୍ଲାରେ ୭୩ଟି ‘ଆମ ହସ୍ପିଟାଲ’, ପାଞ୍ଚଟି ଉପଖଣ୍ଡସ୍ତରୀୟ ଡାଏଲିସିସ୍ କେନ୍ଦ୍ରର ଲୋକାର୍ପଣ କରିଛନ୍ତି। ଏହାସହ ରାଜ୍ୟର ସମସ୍ତ ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ଆଇଭିଆରଏସ୍ ପଦ୍ଧତିରେ ରୋଗୀ ମତାମତ ସଂଗ୍ରହ ବ୍ୟବସ୍ଥା ସହ କର୍ମଚାରୀମାନଙ୍କର ମୁହଁ ଚିହ୍ନଟ ମାଧ୍ୟମରେ ଉପସ୍ଥାନ ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି। ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କହିଲେ, ‘ଆମ ହସ୍ପିଟାଲ’ରେ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସବୁ ବ୍ୟବସ୍ଥା କରାଯାଇଛି। ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛି ରୋଗୀଙ୍କୁ ସୁବିଧାରେ ଉନ୍ନତ ଚିକିତ୍ସା ସୁବିଧା ଯୋଗାଇ ଦେବା। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ ଜରିଆରେ ଏକ ନୂଆ ଯୁଗର ଆରମ୍ଭ ହେବ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ। ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ କରାଯାଇଛି।
Trending
- ମୋଦୀଙ୍କୁ ଭୋଟ ଚୋର କହିଲେ ରାହୁଲ
- ପ୍ରଥମ ରାଷ୍ଟ୍ରପତି ଭାବେ ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ
- ୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
Prev Post