ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୫ଟି ଜିଲ୍ଲାରେ ୭୩ଟି ‘ଆମ ହସ୍ପିଟାଲ’, ପାଞ୍ଚଟି ଉପଖଣ୍ଡସ୍ତରୀୟ ଡାଏଲିସିସ୍ କେନ୍ଦ୍ରର ଲୋକାର୍ପଣ କରିଛନ୍ତି। ଏହାସହ ରାଜ୍ୟର ସମସ୍ତ ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ଆଇଭିଆରଏସ୍ ପଦ୍ଧତିରେ ରୋଗୀ ମତାମତ ସଂଗ୍ରହ ବ୍ୟବସ୍ଥା ସହ କର୍ମଚାରୀମାନଙ୍କର ମୁହଁ ଚିହ୍ନଟ ମାଧ୍ୟମରେ ଉପସ୍ଥାନ ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି। ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କହିଲେ, ‘ଆମ ହସ୍ପିଟାଲ’ରେ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସବୁ ବ୍ୟବସ୍ଥା କରାଯାଇଛି। ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛି ରୋଗୀଙ୍କୁ ସୁବିଧାରେ ଉନ୍ନତ ଚିକିତ୍ସା ସୁବିଧା ଯୋଗାଇ ଦେବା। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ ଜରିଆରେ ଏକ ନୂଆ ଯୁଗର ଆରମ୍ଭ ହେବ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ। ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ କରାଯାଇଛି।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
Prev Post