ଲଘୁଚାପ ପ୍ରଭାବ, ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି

ଭୁବନେଶ୍ୱର : ଗତକାଲିଠୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି ।  ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ସକାଳୁ  ପ୍ରବଳ ବର୍ଷା ହେଉଛି । ବିଶେଷକରି  ଉତ୍ତର ଉପକୂଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଆସନ୍ତାକାଲି ପର୍ଯ୍ୟନ୍ତ ଏପରି ବର୍ଷା ଜାରି ରହିବ ବୋଲି ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ ଏବଂ ସମ୍ବଲପୁରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।  ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ଆଜିଠୁ ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି ।