ଭୁବନେଶ୍ବର : ଭୁବନେଶ୍ବରରେ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ଏହାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ପୁଷ୍ଟିଶସ୍ୟ ମାଣ୍ଡିଆର ବହୁଳ ଉତ୍ପାଦନ ଓ ବ୍ୟବହାରକୁ ପ୍ରୋତ୍ସାହନ ଦେବା ପାଇଁ ୨୦୧୭ରେ ଓଡ଼ିଶା ମିଲେଟ ମିଶନ ଆରମ୍ଭ ହୋଇଥିଲା । ମିଲେଟ୍ ଚାଷରେ ସ୍ଵଳ୍ପ ପାଣି ବ୍ୟବହାର ହେଉଥିବାରୁ ଓ ଏହି ପ୍ରକ୍ରିୟାରେ ଅଙ୍ଗାରକାମ୍ଳ ଉତ୍ପନ କମ୍ ରହୁଥିବାରୁ ଏହା ପରିବେଶ ଅନୁକୂଳ । ୨୦୨୩ ବର୍ଷକୁ ଜାତିସଂଘ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବରେ ଘୋଷଣା କରି ଏହି ଶସ୍ୟପ୍ରତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି । ଏଥିଲାଗି ଜାତିସଂଘକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃତଜ୍ଞତା ଜ୍ଞାପନ କରିଥିଲେ । ଓଡ଼ିଶା ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରୁଛି । ଏହି ପୁଷ୍ଟିଶସ୍ୟର ପୁନରୁଦ୍ଧାର ସହିତ ଏହାକୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଓଡ଼ିଶା ସରକାର କାମ କରୁଛନ୍ତି । ପ୍ରତ୍ୟେକ ଲୋକଙ୍କ ଖାଇବା ଥାଳିରେ ମିଲେଟ୍ ଭଳି ସର୍ବୋତ୍ତମ ଖାଦ୍ୟ ପହଞ୍ଚାଇବାକୁ ଚେଷ୍ଟା କରାଯିବ । ମିଲେଟ୍ ଓ ମିଲେଟ୍ ଭିଭିକ ଉଦ୍ୟୋଗ ମାଧ୍ୟମରେ ଆଦିବାସୀ ସମ୍ପ୍ରଦାୟକୁ ସଶକ୍ତ କରିବା ଆମର ଉଦ୍ଦେଶ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ