ଭୁବନେଶ୍ବର : ଭୁବନେଶ୍ବରରେ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ଏହାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ପୁଷ୍ଟିଶସ୍ୟ ମାଣ୍ଡିଆର ବହୁଳ ଉତ୍ପାଦନ ଓ ବ୍ୟବହାରକୁ ପ୍ରୋତ୍ସାହନ ଦେବା ପାଇଁ ୨୦୧୭ରେ ଓଡ଼ିଶା ମିଲେଟ ମିଶନ ଆରମ୍ଭ ହୋଇଥିଲା । ମିଲେଟ୍ ଚାଷରେ ସ୍ଵଳ୍ପ ପାଣି ବ୍ୟବହାର ହେଉଥିବାରୁ ଓ ଏହି ପ୍ରକ୍ରିୟାରେ ଅଙ୍ଗାରକାମ୍ଳ ଉତ୍ପନ କମ୍ ରହୁଥିବାରୁ ଏହା ପରିବେଶ ଅନୁକୂଳ । ୨୦୨୩ ବର୍ଷକୁ ଜାତିସଂଘ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବରେ ଘୋଷଣା କରି ଏହି ଶସ୍ୟପ୍ରତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି । ଏଥିଲାଗି ଜାତିସଂଘକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃତଜ୍ଞତା ଜ୍ଞାପନ କରିଥିଲେ । ଓଡ଼ିଶା ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରୁଛି । ଏହି ପୁଷ୍ଟିଶସ୍ୟର ପୁନରୁଦ୍ଧାର ସହିତ ଏହାକୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଓଡ଼ିଶା ସରକାର କାମ କରୁଛନ୍ତି । ପ୍ରତ୍ୟେକ ଲୋକଙ୍କ ଖାଇବା ଥାଳିରେ ମିଲେଟ୍ ଭଳି ସର୍ବୋତ୍ତମ ଖାଦ୍ୟ ପହଞ୍ଚାଇବାକୁ ଚେଷ୍ଟା କରାଯିବ । ମିଲେଟ୍ ଓ ମିଲେଟ୍ ଭିଭିକ ଉଦ୍ୟୋଗ ମାଧ୍ୟମରେ ଆଦିବାସୀ ସମ୍ପ୍ରଦାୟକୁ ସଶକ୍ତ କରିବା ଆମର ଉଦ୍ଦେଶ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା