ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ନେଇ ଗଜପତି ମହରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ରାଜନଅରରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ, ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ, ଶ୍ରୀମନ୍ଦିର ପରିଚାଳନା କମିଟିର ସେବାୟତ ପ୍ରତିନିଧି ଉପସ୍ଥିତ ଥିଲେ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଦିନ ପୁରୀ ବଡ଼ଦାଣ୍ଡ ସହ ସହରର ପ୍ରତି ଘରେ ୫ ହାତିଆ ମହାପ୍ରଭୁଙ୍କ ପତିତପାବନ ଧ୍ବଜା ଉଡ଼ିବ। ପ୍ରତି ଘର ଦୁଆରେ ପୂର୍ଣ୍ଣକୁମ୍ଭ ବସାଇବା ଓ ଦୀପଦାନ କରିବାକୁ ନିବେଦନ କରାଯିବ। ଜାନୁଆରି ୧୨ରୁ ୧୭ ତାରିଖ ପର୍ଯ୍ୟନ୍ତ ସବୁଦିନ ସନ୍ଧ୍ୟାରେ ସମରକଳା ପ୍ରଦର୍ଶିତ ହେବ। ପୁରୀର ଆଠସାହି ଆଖଡ଼ା ଏହାର ବ୍ୟବସ୍ଥା କରିବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ଦାସ କହିଛନ୍ତି, ପୂର୍ବରୁ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଯେଉଁ ଆଲୋଚନା ସବୁ ହୋଇଥିଲା, ତାହା କେତେଦୂର କାର୍ଯ୍ୟକାରୀ ହୋଇଛି, ଉପସ୍ଥିତ ଅଧିକାରୀମାନେ ସୂଚନା ଦେଇଥିଲେ। ଶ୍ରୀମନ୍ଦିର ପରିଚାଳନା କମିଟିର ବରିଷ୍ଠ ସଦସ୍ୟ ଦୁର୍ଗାପ୍ରସାଦ ଦାସମହାପାତ୍ର କହିଛନ୍ତି, ଜାନୁଆରି ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଓ ମହାଯଜ୍ଞର ପୂର୍ଣ୍ଣାହୂତି ଦିଆଯିବ। ଗଜପତି ମହାରାଜା ଓ ମୁଖ୍ୟମନ୍ତ୍ରୀ ପୂର୍ଣ୍ଣାହୂତି ଦେବେ। ନିଷ୍ପତ୍ତି ଅନୁଯାୟୀ, ସଭାସ୍ଥଳରେ ୬ଶହରୁ ୬୫୦ଜଣ ଅତିଥି ବସିବେ। ଗଜପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ଉତ୍ସବ ପ୍ରାୟ ୧ ଘଣ୍ଟା ଚାଲିବ। ଉତ୍ସବରେ ଶ୍ରୀଦାଣ୍ଡ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଜମି ଦେଇଥିବା ବଛା ବଛା ବ୍ୟକ୍ତିଙ୍କୁ ସମ୍ମାନିତ କରାଯିବ।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post
Next Post