ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ନେଇ ଗଜପତି ମହରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ରାଜନଅରରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ, ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ, ଶ୍ରୀମନ୍ଦିର ପରିଚାଳନା କମିଟିର ସେବାୟତ ପ୍ରତିନିଧି ଉପସ୍ଥିତ ଥିଲେ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଦିନ ପୁରୀ ବଡ଼ଦାଣ୍ଡ ସହ ସହରର ପ୍ରତି ଘରେ ୫ ହାତିଆ ମହାପ୍ରଭୁଙ୍କ ପତିତପାବନ ଧ୍ବଜା ଉଡ଼ିବ। ପ୍ରତି ଘର ଦୁଆରେ ପୂର୍ଣ୍ଣକୁମ୍ଭ ବସାଇବା ଓ ଦୀପଦାନ କରିବାକୁ ନିବେଦନ କରାଯିବ। ଜାନୁଆରି ୧୨ରୁ ୧୭ ତାରିଖ ପର୍ଯ୍ୟନ୍ତ ସବୁଦିନ ସନ୍ଧ୍ୟାରେ ସମରକଳା ପ୍ରଦର୍ଶିତ ହେବ। ପୁରୀର ଆଠସାହି ଆଖଡ଼ା ଏହାର ବ୍ୟବସ୍ଥା କରିବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ଦାସ କହିଛନ୍ତି, ପୂର୍ବରୁ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଯେଉଁ ଆଲୋଚନା ସବୁ ହୋଇଥିଲା, ତାହା କେତେଦୂର କାର୍ଯ୍ୟକାରୀ ହୋଇଛି, ଉପସ୍ଥିତ ଅଧିକାରୀମାନେ ସୂଚନା ଦେଇଥିଲେ। ଶ୍ରୀମନ୍ଦିର ପରିଚାଳନା କମିଟିର ବରିଷ୍ଠ ସଦସ୍ୟ ଦୁର୍ଗାପ୍ରସାଦ ଦାସମହାପାତ୍ର କହିଛନ୍ତି, ଜାନୁଆରି ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଓ ମହାଯଜ୍ଞର ପୂର୍ଣ୍ଣାହୂତି ଦିଆଯିବ। ଗଜପତି ମହାରାଜା ଓ ମୁଖ୍ୟମନ୍ତ୍ରୀ ପୂର୍ଣ୍ଣାହୂତି ଦେବେ। ନିଷ୍ପତ୍ତି ଅନୁଯାୟୀ, ସଭାସ୍ଥଳରେ ୬ଶହରୁ ୬୫୦ଜଣ ଅତିଥି ବସିବେ। ଗଜପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ଉତ୍ସବ ପ୍ରାୟ ୧ ଘଣ୍ଟା ଚାଲିବ। ଉତ୍ସବରେ ଶ୍ରୀଦାଣ୍ଡ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଜମି ଦେଇଥିବା ବଛା ବଛା ବ୍ୟକ୍ତିଙ୍କୁ ସମ୍ମାନିତ କରାଯିବ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post