ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି ତଦାରଖ କମିଟି ସଦସ୍ୟ। ଶ୍ରୀମନ୍ଦିର ଭିତରକୁ ଗଲେ ରତ୍ନଭଣ୍ଡାରକୁ ଯିବାକୁ ଥିବା ସଦସ୍ୟ। ଚାବିରେ ଖୋଲିଲାନି ରତ୍ନଭଣ୍ଡାର ତାଲା, ତାଲାକୁ ଭାଙ୍ଗିଛନ୍ତି ଟିମ୍ । ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଚାବି ଭାଙ୍ଗି ଏହା ଭିତରେ ଟିମ୍ ପ୍ରବେଶ କରିଛି । ୧୫ ଜଣିଆ ଟିମ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ତେବେ ବାହାର ରତ୍ନଭଣ୍ଡାରରେ ଥିବା ଅଳଙ୍କାରକୁ ସିନ୍ଦୁକରେ ରଖାଯାଉଛି । ରତ୍ନ ସବୁକୁ ସାଇତିବା ପାଇଁ ୬ଟି ସିନ୍ଦୁକକୁ ମଧ୍ୟ ମନ୍ଦିର ଭିତରକୁ ନିଆଯାଇଛି । ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ରତ୍ନଭଣ୍ଡାର ଭିତରକୁ ୫ ଜଣ ସେବାୟତ, ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ସଦସ୍ୟ ଡାକ୍ତର ସି ଭି କେ ମହାନ୍ତିଙ୍କ ସମେତ ୧୧ଜଣ ଯାଇଛନ୍ତି। ମଧ୍ୟାହ୍ନ ବେଳେ ସମସ୍ତେ ଶ୍ରୀମନ୍ଦିରକୁ ଯାଇଛନ୍ତି। ପ୍ରଥମେ ବିମଳାଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇ ତାଙ୍କର ଅନୁମତି ଲୋଡ଼ାଯିବ। ତେଣେ ଚାବି ଖୋଲାଯିବା ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କଲେ ଜଷ୍ଟିସ ବିଶ୍ବନାଥ ରଥ । ପ୍ରଥମେ ପତିତପାବନଙ୍କ ପାଖରେ ପୂଜାର୍ଚ୍ଚନ କରିବା ପରେ, ଟିମ୍ ମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ଖାଲି ସେତିକି ନୁହେଁ, ରତ୍ନଭଣ୍ଡାର ଭିତରକୁ ବଡ଼ ବଡ଼ ସିନ୍ଦୁକ ମଧ୍ୟ ପ୍ରବେଶ କରିଛି। ଏହାସହ କଟର୍ ମେସିନ୍ ମଧ୍ୟ ଶ୍ରୀମନ୍ଦିର ଭିତରକୁ ଯାଇଛି। ସେଥିରେ ତାଲା କଟାଯାଇଛି
Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Prev Post