ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି ତଦାରଖ କମିଟି ସଦସ୍ୟ। ଶ୍ରୀମନ୍ଦିର ଭିତରକୁ ଗଲେ ରତ୍ନଭଣ୍ଡାରକୁ ଯିବାକୁ ଥିବା ସଦସ୍ୟ। ଚାବିରେ ଖୋଲିଲାନି ରତ୍ନଭଣ୍ଡାର ତାଲା, ତାଲାକୁ ଭାଙ୍ଗିଛନ୍ତି ଟିମ୍ । ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଚାବି ଭାଙ୍ଗି ଏହା ଭିତରେ ଟିମ୍ ପ୍ରବେଶ କରିଛି । ୧୫ ଜଣିଆ ଟିମ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ତେବେ ବାହାର ରତ୍ନଭଣ୍ଡାରରେ ଥିବା ଅଳଙ୍କାରକୁ ସିନ୍ଦୁକରେ ରଖାଯାଉଛି । ରତ୍ନ ସବୁକୁ ସାଇତିବା ପାଇଁ ୬ଟି ସିନ୍ଦୁକକୁ ମଧ୍ୟ ମନ୍ଦିର ଭିତରକୁ ନିଆଯାଇଛି । ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ରତ୍ନଭଣ୍ଡାର ଭିତରକୁ ୫ ଜଣ ସେବାୟତ, ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ସଦସ୍ୟ ଡାକ୍ତର ସି ଭି କେ ମହାନ୍ତିଙ୍କ ସମେତ ୧୧ଜଣ ଯାଇଛନ୍ତି। ମଧ୍ୟାହ୍ନ ବେଳେ ସମସ୍ତେ ଶ୍ରୀମନ୍ଦିରକୁ ଯାଇଛନ୍ତି। ପ୍ରଥମେ ବିମଳାଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇ ତାଙ୍କର ଅନୁମତି ଲୋଡ଼ାଯିବ। ତେଣେ ଚାବି ଖୋଲାଯିବା ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କଲେ ଜଷ୍ଟିସ ବିଶ୍ବନାଥ ରଥ । ପ୍ରଥମେ ପତିତପାବନଙ୍କ ପାଖରେ ପୂଜାର୍ଚ୍ଚନ କରିବା ପରେ, ଟିମ୍ ମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ଖାଲି ସେତିକି ନୁହେଁ, ରତ୍ନଭଣ୍ଡାର ଭିତରକୁ ବଡ଼ ବଡ଼ ସିନ୍ଦୁକ ମଧ୍ୟ ପ୍ରବେଶ କରିଛି। ଏହାସହ କଟର୍ ମେସିନ୍ ମଧ୍ୟ ଶ୍ରୀମନ୍ଦିର ଭିତରକୁ ଯାଇଛି। ସେଥିରେ ତାଲା କଟାଯାଇଛି
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Prev Post